ମହାନଦୀ ଟ୍ରିବ୍ୟୁନାଲ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର (ଓଟି): ମହାନଦୀ ଜଳ ଆବଣ୍ଟନକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ମହାନଦୀ ଜଳ ବିବାଦ ଟ୍ରିବୁନାଲ ଗଠନ କରିଛନ୍ତି । କେନ୍ଦ୍ର ଜଳସମ୍ପଦ, ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଖାନଓ୍ଵିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟ୍ରିବୁନାଲରେ ପାଟନା ହାଇକୋର୍ଟ ଜଜ୍‌ ଜଷ୍ଟିସ ଡଃ ରବି ରଂଜନ ଓ ଦିଲ୍ଲୀ ହାଇକୋର୍ଟ ଜଜ୍‌ ଜଷ୍ଟିସ ଇନ୍ଦରମିତ କୌର କୋଚାର ସଦସ୍ୟ ଅଛନ୍ତି । ଏହି ଟ୍ରିବୁନାଲର ମୁଖ୍ୟାଳୟ ନୂଆଦିଲ୍ଲୀଠାରେ ରହିବ ।

 

ଗତ ଜାନୁଆରୀ ୨୩ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସରକାର ଟ୍ରିବ୍ୟୁନାଲ୍ ଗଠନ କରିଛନ୍ତି। ଏହାର ମୁଖ୍ୟ କାର୍ଯ୍ୟାଳୟ ନୂଆଦିଲ୍ଲୀରେ ରହିବ। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ର ବେଆଇନ୍ ବ୍ୟାରେଜ୍ ନିର୍ମାଣକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଛି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀସ୍ତରୀୟ ଆଲୋଚନା ଫେଲ୍ ମାରିବା ପରେ ରାଜ୍ୟ ସରକାର ଟ୍ରିବ୍ୟୁନାଲ୍ ଗଠନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ ୧୯୫୬ ଅନୁୟାୟୀ ଟ୍ରିବ୍ୟୁନାଲ ୩ ବର୍ଷ ମଧ୍ୟରେ ରିପୋର୍ଟ ପ୍ରଦାନ କରିବେ ଓ ଆବଶ୍ୟକ ପଡ଼ିଲେ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ଆଉ ୨ ବର୍ଷ ବଢାଯାଇପାରିବ।

About admin

Check Also

ସାଓନିର ନୁଆ ଲାପଟପ୍

ଭୁବନେଶ୍ୱର, (ହିମାଂଶୁ ଭୂଷଣ ପଣ୍ଡା): ସାଓନି କେବଳ ଏମ୍ଆଇର ସ୍ମାର୍ଟଫୋନ୍ ତିଆରି କରିବା ପାଇଁ ଜଣାଶୁଣା କମ୍ପାନୀ ହୋଇନାହିଁ । …

Leave a Reply