ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪ କୋଭିଡ୍ ସଂକ୍ରମିତ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୯୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୬୪୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.