୨୪ ଘଣ୍ଟାରେ ବାହାରିଲେ ୧୩ ଜଣ କୋଭିଡ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୩୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୫୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୨୨୩୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.