ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଜଣେ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply