ରାଜଧାନୀରୁ ଆଉ ୧୦୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ କ୍ୱାରେଣ୍ଟାଇନରେ ୫୯ ଜଣ ଥିବା ବେଳେ ୪୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ନୂଆ ପଜିଟିଭ୍ ଚିହ୍ନଟ ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୭ରେ ପହଁଚିଛି । ଏହାମଧ୍ୟରୁ ୧୩୩୯ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୧୫ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୫୧ଟି ସକ୍ରିୟ କେସ୍ ରହିଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୪୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.