ରାଜ୍ୟରେ ଆଜି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୩୦୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଖୋର୍ଦ୍ଧା ରୁ ୪୬୧, ଗଞ୍ଜାମ ଜିଲ୍ଲାରୁ ୧୮୨, ରାୟଗଡ଼ାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରି ରୁ ୫୧, ଅନୁଗୁଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡ଼ ରୁ ୩୪, ଜଗତସିଂହପୁରରୁ ୩୨, ସୁନ୍ଦରଗଡ଼ରୁ ୩୨, ଭଦ୍ରକରୁ ୩୧, ଯାଜପୁରରୁ ୨୯, ଗଜପତିରୁ ୨୮, ମୟୁରଭଂଜରୁ ୨୩, ନବରଙ୍ଗପୁର ରୁ ୧୫, ପୁରୀରୁ ୧୪, କେନ୍ଦ୍ରାପଡ଼ାରୁ ୧୦, ବୌଦ୍ଧ ରୁ ୯, ଝରସୁଗୁଡ଼ାରୁ ୮, ନୟାଗଡ଼ରୁ ୬, କଟକରୁ 3 ଓ କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୪୫୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.