ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୮୧ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply