ରାଜ୍ୟରେ ଆଜି ସର୍ବାଧିକ ୧୩ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ୧୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର,ବରଗଡ, ନୟାଗଡ, କୋରାପୁଟରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ସେହିପରି ଭୁବନେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୯୨୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.