ରାଜ୍ୟରେ ଆଜି ୨୪ଜିଲ୍ଲାରୁ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୪୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୯୦ଜଣ, ଗଞ୍ଜାମ ଜିଲ୍ଲାରୁ ୫୬୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩୯ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୪ଜଣସ କୋରାପୁଟ ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ରହିଛନ୍ତି ।

Leave a Reply