ଭୁବନେଶ୍ୱରରୁ ଆଜି ୧୩୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁଣି ଭୁବନେଶ୍ଵର ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୩୭ଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୧୧୮ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୨୦୬୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୨୭୩ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.