ରାଜ୍ୟରେ ଆଉ ୧୩୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୨୯୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୯ଜଣ, ବରଗଡ଼ ଜିଲ୍ଲାରୁ ୩୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୧ଜଣ, କଟକ ଜିଲ୍ଲାରୁ ୮୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୬୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୩୧ଜଣ, ଗଜତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ , କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, କୋରାପୁଟ ଜିଲ୍ଲାରୁ ୯୭ଜଣ, ମାଲକାନଗିରି ଜିଲ୍ଲାରୁ ୩୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୯୩ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ ରହିଛନ୍ତି ।

Leave a Reply

Your email address will not be published.