ରାଜ୍ୟରେ ୧୫ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର, ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୨, ବଲାଙ୍ଗୀର, ଝାରସୁଗୁଡା, ନବରଙ୍ଗପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୦୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୬୭୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୫୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.