ସୁସ୍ଥ ହେଲେ ଆଉ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୧୫୨୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୭୨୬ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୭୨ଜଣ ଥିବା ବେଳେ ଖୋର୍ଧାରୁ ୨୩୧,  କଟକରୁ ୧୬୬, ରାୟଗଡାରୁ ୯୩, ସୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ ୬୧, ନୟାଗଡରୁ ୫୬, ଗଜପତିରୁ ୫୪, ସମ୍ବଲପୁରରୁ ୫୪, ଯାଜପୁରରୁ ୫୨, କୋରାପୁଟରୁ ୪୬, ଭଦ୍ରକରୁ ୨୬ ଜଣ ରହିଛନ୍ତି । ଏହା ବ୍ୟତୀତ କନ୍ଧମାଳରୁ ୨୬, ମାଲକାନଗିରିରୁ ୨୨, କେଉଁଝରରୁ ୧୯, ଜଗତସିଂପୁରରୁ ୧୬, ଅନୁଗୋଳରୁ ୧୩, ବଲାଙ୍ଗୀରରୁ ୧୩,  କେନ୍ଦ୍ରାପଡାରୁ ୧୩, ବରଗଡରୁ ୧୦, ଝାରସୁଗୁଡାରୁ ୧୦, ସୋନପୁରରୁ ୯, ମୟୂରଭଞ୍ଜରୁ ୬, ବୌଦ୍ଧରୁ ୫ ଓ ନବରଙ୍ଗପୁରରୁ ୨ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୪୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୧୨୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୦୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.