ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୪୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୫୪୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୦୨୪୧ରେ ପହଁଚିଛି ।

ଗଞ୍ଜାମ ଜିଲ୍ଲାରୁ ୫୬୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଖୋର୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯,କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬, ରାୟଗଡାରୁ ୩୬, ଯାଜପୁରରୁ ୩୪ ଜଣ ରହିଛନ୍ତି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.