ଭୁବନେଶ୍ୱରରେ ଆଜି ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରୁ ଆଉ ୧୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୪୧ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୮ଟି କେସ୍ ରହିଛି ।

ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୫୦ରେ ପହଁଚିଛି । ଏହାମଧ୍ୟରୁ ୧୦୧୧ଜଣ ସୁସ୍ଥ ହୋଇଥିବା ବେଳେ ୧୨ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୧୨୫ଟି ସକ୍ରିୟ କେସ୍ ରହିଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୦୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.