ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରି ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୨୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.