ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡା, ନୟାଗଡ, ରାୟଗଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୧୭୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.