ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୭୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳ, ଗଜପତି, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୭୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୭୮୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩୧ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।