ଭୁବନେଶ୍ୱରରୁ ଆଉ ୨୨୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୮୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୨୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ଲଗାତାର ଭାବେ କରୋନା ଭାଇରସ କାୟା ମେଲାଇ ଚାଲିଛି । ଏବେସୁଦ୍ଧା ଭୁବନେଶ୍ୱରରେ ୫୭୦୭ଟି ପଜିଟିଭ୍ କେସ୍ ଚିହ୍ନଟ ହୋଇଥିବା ବେଳେ ୩୬୯୦ଜଣ ଆରୋଗ୍ୟ ଲାଭ କରିଛନ୍ତି ।ଏତତ୍ ବ୍ୟତୀତ ୨୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୯୮୩ଟି ସକ୍ରିୟ କେସ୍ ରହିଛି ।

ଅନ୍ୟପଟେ, ,୨୪ ଘଣ୍ଟା ମଧ୍ୟରେ ୨୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୫୩୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.