ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୨୪,୮୫୦ ଆକ୍ରାନ୍ତ, ୬୧୩ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷରୁ ଅଧିକ ଟପିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯, ୨୬୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୨୪,୮୫୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬୧୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୨,୪୪,୮୧୪ ରହିଛି।

ଏହା ବ୍ୟତୀତ ୪ ଲକ୍ଷ ୦୯ହଜାର ୦୮୨ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୨ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୯୭ ହଜାରରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି।

Leave a Reply