ରାଜ୍ୟରେ ଚିହ୍ନଟ ହେଲେ ୨୮୧୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୨୪ ଘଣ୍ଟା ମଧ୍ୟରେ ୨୮୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୫୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୧୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୬, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୨୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୦ଜଣ, ଗଜପତି ଜିଲ୍ଲାରୁ ୬୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୨ଜଣ,ଜଗତସିଂହପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୧୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫୫ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୨ଜଣ, କେନ୍ଦୁଝର ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୩ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ,ମାଲକାନଗିରି ଜିଲ୍ଲାରୁ ୮୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୬୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୪୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୫ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ ରହିଛନ୍ତି ।

Leave a Reply