ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୨୯୨୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୦୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୧୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୭ଜଣ, ବରଗଡ଼ ଜିଲ୍ଲାରୁ ୪୮ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଜପତି ଜିଲ୍ଲାରୁ ୭୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୭ଜଣ, ଯାଜପୁର ଜିଲ୍ଲାରୁ ୨୦୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୫୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୮ଜଣ, କୋରାପୁଟ ଜିଲ୍ଲାରୁ ୯୫ଜଣ, ମାଲକାନଗିରି ଜିଲ୍ଲାରୁ ୯୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୩୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୧ଜଣ ରହିଛନ୍ତି ।

Leave a Reply