ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି।

ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯୫ ଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୨୧ ରେ ପହଞ୍ଚିଛି । ଏହାସହ ମୋଟ ସଂଖ୍ୟା ୧୩ ହଜାର ଟପିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.