ରାଜଧାନୀରୁ ଆଉ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୬ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୯୮ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨୩ ଜଣ ରହିଥିବା ବେଳେ ୧୮୩ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୫୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୮୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୯୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୮ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published.