ରାଜଧାନୀରୁ ଆଉ ୩୧୨ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୨  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୫୪୭ରେ ପହଞ୍ଚିଛି । ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୫୮ ଜଣ ରହିଥିବା ବେଳେ ୨୫୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୨୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୯୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୦ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply