ରାଜଧାନୀରୁ ଚିହ୍ନଟ ହେଲେ ଆଉ ୩୧୯ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୧୫

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫୪୯ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯୨ ଜଣ ରହିଥିବା ବେଳେ ୨୨୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply