ରାଜ୍ୟରେ ଚିହ୍ନଟ ହେଲେ ୩୨୧୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୮୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୪ଜଣ, ବରଗଡ଼ ଜିଲ୍ଲାରୁ ୧୮୫ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩୬ଜଣ, କଟକ ଜିଲ୍ଲାରୁ ୪୦୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୭ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୧୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୩୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୩୧ଜଣ, କୋରପୁଟ ଜିଲ୍ଲାରୁ ୯୦ଜଣ, ମାଲକାନଗିରି ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୫ଜଣ, ନୟାଗଡ଼ ଜିଲ୍ଲାରୁ ୬୨ଜଣ, ନୂଆପଡ଼ା ଜିଲ୍ଲାରୁ ୪୯ଜଣ, ପୁରୀ ଜିଲ୍ଲାରୁ ୨୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୦ଜଣ ରହିଛନ୍ତି । 

Leave a Reply

Your email address will not be published.