ରାଜଧାନୀରୁ ବାହାରିଲେ ଆଉ ୩୨୯ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୫୨୬ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୩ ଜଣ ରହିଥିବା ବେଳେ ୨୫୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୯୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୮୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୧ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply