ରାଜଧାନୀରୁ ଆଉ ୩୬୫ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୨୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୫  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯୧୪ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ ୨୪୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୨୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୫ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published.