ରାଜଧାନୀରୁ ବାହାରିଲେ ଆଉ ୩୬୯ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୫୬

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫ ଜଣ ରହିଥିବା ବେଳେ ୨୯୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୫୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୮୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୨୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୩ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply