ରାଜ୍ୟରେ ଚିହ୍ନଟ ହେଲେ ୩୭୪୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :   ୨୪ ଘଣ୍ଟା ମଧ୍ୟରେ ୩୭୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୫୧୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୧୦ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ଼ ଜିଲ୍ଲାରୁ ୯୨ଜଣ, ଭଦ୍ରକ ଜିଲ୍ଲାରୁ ୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୩ଜଣ, ବୌଦ୍ଧ ଜିଲ୍ଲାରୁ ୫୮ଜଣ, କଟକ ଜିଲ୍ଲାରୁ ୩୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୫ଜଣ, ଗଜପତି ଜିଲ୍ଲାରୁ ୩୩ଜଣଷ ଗଞ୍ଜାମ ଜିଲ୍ଲାରୁ ୭୧ଜଣ, ଜଗତସିଂହପୁର ଜିଲ୍ଲାରୁ ୯୪ଜଣ, ଯାଜପୁର ଜିଲ୍ଲାରୁ ୧୪୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୮୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୫ଜଣ, କୋରାପୁଟ ଜିଲ୍ଲାରୁ ୯୭ଜଣ, ମାଲକାନଗିରି ଜିଲ୍ଲାରୁ ୨୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୧ଜଣ, ନୟାଗଡ଼ ଜିଲ୍ଲାରୁ ୬୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୭ଜଣ, ପୁରୀ ଜିଲ୍ଲାରୁ ୩୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୮୨ଜଣ, ସମ୍ବଲପୁର ଜିଲ୍ଲାରୁ ୭୯ଜଣ, ସୋନପୁର ଜିଲ୍ଲାରୁ ୧୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ ପୁଲରୁ ୧୭୬ଜଣ ରହିଛନ୍ତି । 

Leave a Reply

Your email address will not be published.