ରାଜ୍ୟରେ କରୋନା ନେଲା ୪୦ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୩୯୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *