ରାଜ୍ୟ ପାଇଁ ଭଲ ଖବର; ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆଉ ୪୦୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୭,୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସମସ୍ତ ଆରୋଗ୍ୟଙ୍କ ମଧ୍ୟରୁ ରାୟଗଡାରୁ ୬୦୮, କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨, କଳାହାଣ୍ଡିରୁ ୧୬୫, ପୁରୀରୁ ୧୪୪, ନୟାଗଡରୁ ୧୪୧, ମୟୂରଭଞ୍ଜରୁ ୧୨୮, ମାଲକାନଗିରିରୁ ୧୨୦, ବରଗଡରୁ ୧୦୦, ସମ୍ବଲପୁରରୁ ୯୨, ବାଲେଶ୍ୱରରୁ ୮୩, କନ୍ଧମାଳରୁ ୭୯, ଢେଙ୍କାନାଳରୁ ୬୬, ବଲାଙ୍ଗିରରୁ ୬୨, ନବରଙ୍ଗପୁରରୁ ୫୨, କେନ୍ଦ୍ରାପଡାରୁ ୫୦, ଗଜପତିରୁ ୪୮, ଜଗତସିଂହପୁରରୁ ୩୫, ଝାରସୁଗୁଡାରୁ ୩୫, କେନ୍ଦୁଝରରୁ ୨୯, ଦେବଗଡରୁ ୧୩, ସୋନପୁରରୁ ୧୩, ନୂଆପଡାରୁ ୯, ବୌଦ୍ଧରୁ ୬ ଓ ଅନୁଗୁଳରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୩,୫୩୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୬୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୪୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.