ରାଜ୍ୟରେ ରେକର୍ଡ ସଂଖ୍ୟକ ୪୧୯୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ  ଗତ  ୨୪ ଘଣ୍ଟା ମଧ୍ୟରେ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୫୦୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୮ଜଣ , ବାଲେଶ୍ୱର ଜିଲ୍ଲାରୁ ୧୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୫ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୭ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୩୬୭ଜଣ, ଦେଓଗଡ଼ ଜିଲ୍ଲାରୁ ୩୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୦ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୪୪ଜଣ, ଜଗତସିଂହପୁର ଜିଲ୍ଲାରୁ ୯୭ଜଣ, ଯାଜପୁର ଜିଲ୍ଲାରୁ ୧୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୫ଜଣ, କଳାହାଣ୍ଡି ଜିଲ୍ଲାରୁ ୯୩ଜଣ. କନ୍ଧମାଳ ଜିଲ୍ଲାରୁ ୭୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୫୮ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୮ଜଣ, ନୟାଗଡ଼ ଜିଲ୍ଲାରୁ ୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୧୬ଜଣ, ପୁରୀ ଜିଲ୍ଲାରୁ ୩୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୦ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୫ଜଣ, ଷ୍ଟେଟ ପୁଲ୍‌ରୁ ୨୧୮ଜଣ ରହିଛନ୍ତି । 

Leave a Reply

Your email address will not be published.