ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ଵର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୦୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୪୯୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୩୮୮ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୨୭୭୭୭୩୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *