ଗତ ୨୪ଘଣ୍ଟାରେ ରାଜ୍ୟରେ ୪୬,୪୦୪ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ଘଣ୍ଟାରେ ରାଜ୍ୟରେ ୪୬,୪୦୪ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।

ଏଥିମଧ୍ୟରୁ ୭,୯୬୧ଟି ଆରଟିପିସିଆର ଏବଂ ୩୮,୩୮୫ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୫୮ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ପୁର୍ବ ଦିନ ୨୪ଘଣ୍ଟାରେ ରାଜ୍ୟରେ ୪୮,୨୧୭ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏଥିମଧ୍ୟରୁ ୮,୭୯୧ଟି ଆରଟିପିସିଆର ଏବଂ ୩୯,୩୩୮ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୮୮ଟି କରୋନା ନମୁନା ପରୀକ୍ଷା କରାଯାଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଓଡ଼ିଶାରେ କୋଭିଡ୍‌ ନମୁନା ପରୀକ୍ଷା ସନ୍ତୋଷଜନକ ବୋଲି କୁହାଯାଉଛି।

Leave a Reply

Your email address will not be published.