ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୦୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply