୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

ତେବେ ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ରହିଛନ୍ତି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୭କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ୪, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

Leave a Reply