ରାଜ୍ୟରେ ଜୀବନ ହାରିଲେ ଆଉ ୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୧୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.