ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୬ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାରୁ, ବାଲେଶ୍ବର, ଝାରସୁଗୁଡା, ଖୋର୍ଦ୍ଧା ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୯୫୮୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.