ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୦୧୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍ ): ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୧୧୨୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୯୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୨୨ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮୬ଜଣ, ବରଗଡ଼ ଜିଲ୍ଲାରୁ ୧୨୨ଜଣ, ଭଦ୍ରକ ଜିଲ୍ଲାରୁ ୨୬୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୭୯ଜଣ, କଟକ ଜିଲ୍ଲାରୁ ୫୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୨୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯୧ଜଣ, ଗଜପତି ଜିଲ୍ଲାରୁ ୩୪ଜଣ, ଗଞ୍ଜାମ ଜିଲ୍ଲାରୁ ୭୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯୬ଜଣ, ଯାଜପୁର ଜିଲ୍ଲାରୁ ୪୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୦ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୯୬ଜଣ, କୋରାପୁଟ ଜିଲ୍ଲାରୁ ୧୪୨ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୧ଜଣ, ନୟାଗଡ଼ ଜିଲ୍ଲାରୁ ୧୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୩୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୬୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫୭ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *