ରାଜ୍ୟରେ କରୋନା ନେଲା ୬୨ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର , କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *