ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published. Required fields are marked *