ରାଜ୍ୟରେ ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୯୫୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନଗୋଳରୁ ୩,ବାଲେଶ୍ୱରରୁ ୯, ବରଗଡରୁ ୧, ଭଦ୍ରକରୁ ୨, ବଲାଙ୍ଗୀର ୧୨, କଚକରୁ ୫୫, ଦେଓଗଡରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩୦, ଗଞ୍ଜାମରୁ ୩୨୦, ଜଗତସିଂପୁର ୫, ୟାଜପୁରରୁ ୮୬, କନ୍ଧମାଳରୁ ୨, କେନ୍ଦ୍ରାପଡା ୩୨, ଖୋର୍ଧାରୁ ୫୯, କୋରାପୁଟରୁ ୫, ମାଲଗାନଗିରିରୁ ୧୮, ମୟୂରବଞ୍ଜ ୧୨, ନୟାଗଡରୁ ୧୬, ପୁରୀରୁ ୧୧ ଓ ସମ୍ବଲପୁରରୁ ୨ ଜଣ ରହିଛନ୍ତି ।

Leave a Reply

Your email address will not be published.