ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲରାୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *