ରାଜଧାନୀରୁ ଆଉ ୯୩ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୫୪

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୩  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୧ ଜଣ ରହିଥିବା ବେଳେ ୭୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୯୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୬୨ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply