Advertisements

ରାଜ୍ୟରେ କରୋନା ନେଲା ଦୁଇ ମହିଳାଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଯୋଗୁଁ ଆକ୍ରାନ୍ତଙ୍କ ସମେତ ମୃତ୍ୟୁ ସଂଖ୍ୟା ବି ବଢି ବଢି ଚାଲିଛି । ଏହାରି ମଧ୍ୟରେ ଆଜି ନୂଆ ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ଜଣ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି ।

ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ୪, ଖୋର୍ଦ୍ଧା ଜିଲ୍ଲାରେ ୫, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ୨ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ସେମାନଙ୍କ ବୟସ ଯଥାକ୍ରମେ ୪୮ ବର୍ଷ ଓ ୩୯ ବର୍ଷ ବୋଲି ସୂଚନାରହିଛି । ଦୁଇ ମୃତକ ମହିଳା ବୋଲି ଜଣାପଡିଛି । ଉଭୟଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ଉଭୟ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Advertisements

Leave a Reply