ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଗଞ୍ଜାମ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏକି ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ ।ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ । ଯାଜପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୬୦ବର୍ଷ ବୟସ୍କା ମହିଳା ଯିଏ କି କ୍ରୋନିକ୍ କିଡନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

Leave a Reply