ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଯଶୱନ୍ତ ସିଂ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ପ୍ରତିରକ୍ଷା, ବୈଦେଶିକ ବ୍ୟାପାର ଓ ଅର୍ଥମନ୍ତ୍ରୀ ଭଳି ବହୁ ଗୁରତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳି ଥିଲେ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସେ ଦେଶ ପାଇଁ ନିଷ୍ଠାପର ଭାବେ କାମ କରିଥିଲେ। ସୈନିକ ଓ ରାଜନେତା ଭାବେ ଦେଶ ସେବା କରିଥିଲେ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

Leave a Reply

Your email address will not be published.