ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର (ଓଡ଼ିଶା ଟାଇମ୍) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ। ରାଜ୍ୟରେ ୫ମ ପାଳି ସରକାର ଚଳାଉଥିବା ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତ ଖୁବ୍ ବେଶି । ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ତାଙ୍କ ନିବାସ ବାହାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥାଏ । ବିଭିନ୍ନ ଜିଲ୍ଲାରୁ ବିଜେଡ଼ି କର୍ମୀ ତଥା ନବୀନଙ୍କ ପ୍ରଶଂସକ ଧାଇଁ ଆସନ୍ତି ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ । ହେଲେ ଚଳିତ ବର୍ଷ କୋରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳିବେନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସେପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ । କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡ଼ରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ଼ ଶୁଭେଚ୍ଛା ହେବ ।
ରାଜ୍ୟରେ ଏବେ ମଧ୍ୟ କୋରୋନା ସଂକ୍ରମଣର ଚିନ୍ତା ରହିଛି । ରାଜଧାନୀ ଭୁ଼ବନେଶ୍ୱରରେ ଦିନକୁ ଦିନ ସ୍ଥିତି ଖରାପ ହେବାରେ ଲାଗିଛି । କିଛି ଦିନ ପୂର୍ବରୁ ରାଜଧାନୀରେ ସଂକ୍ରମଣ ନେଇ ସ୍ୱାସ୍ଥ୍ୟ ବିଭାଗ ଚିନ୍ତା ପ୍ରକଟ କରିଥିଲା, କାରଣ ରାଜ୍ୟର ମୋଟ ସଂକ୍ରମଣର ୪୦ ପ୍ରତିଶତ ଆକ୍ରାନ୍ତ ରାଜଧାନୀରୁ ବାହାରୁଛନ୍ତି ।
ଅଧିକ ପାଠ ପାଇଁ CLICK କରନ୍ତୁ